ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ ପାଳନ

Oct 02, 2026 - 14:24
0 15
ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ଗାନ୍ଧି ଓ ଶାସ୍ତ୍ରୀ  ଜୟନ୍ତୀ ପାଳନ

କେସିଙ୍ଗା/ କେସିଙ୍ଗା ସମାଚାର , ୨/୧୦/୨୦୨୬( ମଧୁସୂଦନ ଠାକୁର)କେସିଙ୍ଗାସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି।ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସମୀର କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ସତ୍ୟ, ଅହିଂସା ଓ ଶାନ୍ତିର ଆଦର୍ଶ ତଥା ଲାଲବାହାଦୁର ଶାସ୍ତ୍ରୀଙ୍କ ସରଳତା, ଦେଶପ୍ରେମ ଓ କର୍ତ୍ତବ୍ୟନିଷ୍ଠା ସମ୍ପର୍କରେ ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ। ମାନସୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଦୁଇ ମହାନ ବ୍ୟକ୍ତିତ୍ୱଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରିବା ପାଇଁ ଆହ୍ୱାନ ଦେଇଥିଲେ। ଶିକ୍ଷୟିତ୍ରୀ ମୋନାଲିସା ନାୟକ ଉପସ୍ଥିତ ଛାତ୍ରୀମାନଙ୍କୁ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଜୀବନ, ଆଦର୍ଶ ଓ ଦେଶ ପାଇଁ ଅବଦାନ ଉପରେ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ପରିଷ୍କାର ଓ ପରିଚ୍ଛନ୍ନ କରିଥିଲେ।‌ ଛାତ୍ରୀ ସୋନାକ୍ଷୀ ଠାକୁର ଓ ଶୁଚିସ୍ମିତା କୁମାର ମଞ୍ଚ ପରିଚାଳନା କରିଥିଲେ ଓ ଶିକ୍ଷକ ଶ୍ରୀ ସୁଶାନ୍ତ କୁମାର ମେହେର ଧନ୍ୟବାଦ ଅର୍ପଣ କରିବା ସହ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରୀମାନଙ୍କ ସହଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ। ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଆଦର୍ଶକୁ ନିଜ ଜୀବନରେ ପ୍ରୟୋଗ କରି ଏକ ଶାନ୍ତିପୂର୍ଣ୍ଣ, ଶୃଙ୍ଖଳିତ ଓ ଦେଶପ୍ରେମୀ ସମାଜ ଗଠନ କରିବାର ସଂକଳ୍ପ ସହ 'ଏକ ପେଡ୍ ମାଁ କେ ନାମ' ଅନୁସାରେ ବିଦ୍ୟାଳୟରେ ବୃକ୍ଷରୋପଣ କରାଯାଇ କାର୍ଯ୍ୟକ୍ରମ ସମାପିତ ହୋଇଥିଲା।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0
Madhusudhan

Madhusudhan Thakur is a dedicated journalist and media professional committed to ethical, truthful, and responsible journalism. With a strong passion for delivering accurate and unbiased news, he strives to keep the public informed through factual reporting and meaningful storytelling. Guided by the principles of integrity, transparency, and public service, he believes journalism is a powerful tool for creating awareness, empowering communities, and strengthening democracy. Through his work, Madhusudhan Thakur continues to promote credible journalism and serve society with professionalism and dedication.

Comments (0)

User